ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ଢ଼େଙ୍କାନାଳ ସରକାରୀ ପଲିଟେକ୍‌ନିକ୍‌ ପରିଦର୍ଶନ

ମନ୍ତ୍ରୀ ଇଂ.ପ୍ରେମାନନ୍ଦ ନାୟକ

ଭୁବନେଶ୍ୱର:ରାଜ୍ୟ ଦକ୍ଷତା ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ.ପ୍ରେମାନନ୍ଦ ନାୟକ ବୁଧବାର ଅପରାହ୍ନରେ ଢ଼େଙ୍କାନାଳ ସରକାରୀ ପଲିଟେକ୍‌ନିକ୍‌ ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ବିଭିନ୍ନ ଟ୍ରେଡ଼୍‌ରେ ଥିବା କର୍ମଶାଳା ଓ ୱାର୍କସପ୍‌, ସ୍ମାର୍ଟ କ୍ଲାସରୁମ୍‌ ଓ ଟୁଲ୍‌ରୁମ୍‌ ବୁଲି ଦେଖିଥିଲେ । ସୂଚନା ଥାଉ କି ଚଳିତ ବର୍ଷଠାରୁ ନୂତନ ଭାବେ ଏହି
ଶିକ୍ଷାନୁଷ୍ଠାନରେ ସିଭଲି  ଇଞ୍ଜିନୟିରିଂ ପାଠ୍ୟକ୍ରମ ଶିକ୍ଷାଦାନ ଆରମ୍ଭ କରାଯାଇଛି ।

ବିଶେଷ କରି ଏହାର ଅଗ୍ରଗତି ଉପରେ ମନ୍ତ୍ରୀ ଶ୍ରୀ ନାୟକ ସମୀକ୍ଷା କରିଥିଲେ । ଏହି ଅବସରରେ ମନ୍ତ୍ରୀଙ୍କୁ ପଲିଟେକ୍‌ନିକ୍‌ର ବିଭାଗୀୟ କର୍ମଚାରୀ ପଲିଟେକ୍‌ନିକ୍‌ ସମ୍ବନ୍ଧରେ ବିଶେଷ ତଥ୍ୟ ଜଣାଇଥିଲେ । ଶିକ୍ଷାନୁଷ୍ଠାନରେ ସ୍ୱଚ୍ଛତା ବଜାୟ ରଖିବା ସହ ଛାତ୍ରଛାତ୍ରୀ କର୍ମଚାରୀ ଓ ଅଧିକାରୀମାନଙ୍କୁ ନିଷ୍ଠା ଓ ଶୃଙ୍ଖଳାର ସହ ନିଜର କର୍ତ୍ତବ୍ୟ ସମ୍ପାଦନ ପାଇଁ ମନ୍ତ୍ରୀ ଶ୍ରୀ ନାୟକ ପରାମର୍ଶ ଦେଇଥିଲେ ।

Categories
STATE
Newsroll

RELATED BY

  • ପେନସନ ଯୋଜନାରେ ୩୩ ଲକ୍ଷ ଅସଂଗଠିତ ଶ୍ରମିକ ସାମିଲ:କେନ୍ଦ୍ର ଶ୍ରମ ମନ୍ତ୍ରୀ

    ଆଜି ଭୁବନେଶ୍ୱର ଠାରେ ଆଂଚଳିକ ଶ୍ରମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉଦବୋଧନ ଦେଇ କେନ୍ଦ୍ର ଶ୍ରମ ଏବଂ ନିୟୋଜନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାର କହିଛନ୍ତି ଯେ ‘ଶ୍ରମିକ’ମାନେ ଯୁଗ୍ମ ତାଲିକାରେ ଆସୁଛନ୍ତି ଏବଂ ଉଭୟ...
  • ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

    କଟକ:ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ବ୍ୟୁରୋ ଅଫ୍ ଆଉଟରିଚ୍ କମ୍ୟୁନିକେସନ ପକ୍ଷରୁ ଆୟୋଜିତ ମଲ୍ଟିମିଡିଆ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି । କଟକ ଲୋକସଭା ସାଂସଦ ଶ୍ରୀ ଭର୍ତୃହରି ମହତାବ ମୁଖ୍ୟ ଅତିଥି ଭାବେ...
  • ହାରାହାରି ପରମାୟୁ କମାଇ ଦେଉଛି କି?

    ଢେଙ୍କାନାଳ: ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା AQLI ତଥ୍ୟ ଅନୁସାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୁସ୍ଥ ବାୟୁ ମାନକ ପାଳନ କରାଯାଇ ପାରିଲେ ଢେଙ୍କାନାଳର ଅଧିବାସୀ ମାନଙ୍କ ହାରାହାରି ପରମାୟୁ ଦୁଇ ବର୍ଷ ନଅ ମାସ...
  • ଗଣଦୁଷ୍କର୍ମ ଏବଂ ହତ୍ୟାକୁ ଲୁଚାଇବା ପାଇଁ ଯାଜପୁର ଏସପି ସାଜିଛନ୍ତି ଅପରାଧୀଙ୍କ ପ୍ରବକ୍ତା

    ଭୁବନେଶ୍ୱର: ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ପ୍ରସଙ୍ଗରେ ଯାଜପୁର ଏସପି ଚରଣଜିତ ସିଂହ ମୀନାଙ୍କର ବୟାନ ହେଉଛି ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର ଓରଫ ନାଣ୍ଡୁକୁ ଖସାଇଦେବା ପାଇଁ ଚାଲିଥିବା ଷଡଯନ୍ତ୍ରର ଏକ...