ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସେ ଦେଇଥିବା ବିବୃତ୍ତିର ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡିକ ହେଲା –
ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ ।