୨୦୦ କୋଟି ଟଙ୍କା ବିଜେଡି ନେତା ଓ ମନ୍ତ୍ରୀ ଏବଂ ସରକାରୀ ଅଫିସରଙ୍କଠାରୁ ଆଦାୟ କରାଯାଉ

ବିଜେପି

ଭୁବନେଶ୍ୱର : ଶାସକ ବିଜେଡି ନିର୍ବାଚନ ଜିତିବା ପାଇଁ କାଳିଆ ଯୋଜନା କରି ବେଆଇନ ଭାବେ ଅର୍ଥ ବାଣ୍ଟିଥିଲା ।

କେବଳ ନିର୍ବାଚନୀ ବୈତରଣୀ ପାର ହେବା ଥିଲା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ।

କାଳିଆ ଯୋଜନାରେ ସ୍ୱଚ୍ଛତା ନାହିଁ ବୋଲି ବିଜେପି ପ୍ରଥମରୁ ଅଭିଯୋଗ କରିଆସିଛି ।

ଭୋଟରଙ୍କୁ ଲାଞ୍ଚ ଦେଇ ଭୋଟ ହାତେଇ ଶାସନ କ୍ଷମତା ଆପଣେଇବା ପାଇଁ ଏହି ଯୋଜନା କରାଯାଇଥିଲା ବୋଲି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି ଅଭିଯୋଗ କରିଛନ୍ତି ।

ଶ୍ରୀ ମହାନ୍ତି କହିଛନ୍ତି ଯେ, ପ୍ରଥମେ ୨୦ ଲକ୍ଷ କୃଷକ ପରିଚୟ ପତ୍ର ଥିବା ଚାଷୀଙ୍କୁ କାଳିଆ ଯୋଜନାରେ ସାମିଲ କରାଯାଇଥିଲା । କିନ୍ତୁ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟସରକାର ତୁରନ୍ତ ଏହି ତାଲିକାକୁ ୫୧ଲକ୍ଷରେ ପହଞ୍ଚାଇଥିଲେ।

ଏବେ ୩୬ ଲକ୍ଷ ୮୮ ହଜାର ଚାଷୀ ତାଲିକାରୁ ୨ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ଏହି ଅର୍ଥକୁ ମିଶାଇଲେ ସମୁଦାୟ ୧୩୩ କୋଟି ହେଉଛି ।

ସଂପୂର୍ଣ୍ଣ ଚିହ୍ନଟ ପକ୍ରିୟା ସରିବା ବେଳକୁ ଏହା ୨୦୦ କୋଟିରେ ପହଞ୍ଚିବ ।

ଯେଉଁ ଅଧିକାରୀମାନେ ନିଜ କ୍ଷମତାକୁ ଅପବ୍ୟବହାର କରି ଅଯୋଗ୍ୟ ହିତାଧିକାରୀମାନଙ୍କୁ କାଳିଆ ଯୋଜନାରେ ସାମିଲ କରିଛନ୍ତି ସେହି ସରକାରୀ ଅଫିସରମାନଙ୍କ ଠାରୁ ଏବଂ ବିଜେଡି ନେତା ଓ ମନ୍ତ୍ରୀଙ୍କ ଠାରୁ ଏହି ଅର୍ଥ ଆଦାୟ କରାଯାଉ ବୋଲି ଶ୍ରୀ ମହାନ୍ତି ଦାବି କରିଛନ୍ତି ।

Categories
STATE
Newsroll

RELATED BY

  • “କାଳିଆ” ସହାୟତା ରାଶି ଫେରସ୍ତ ପାଇଁ ଆକାଉଣ୍ଟ ନମ୍ବର,୯୦୦୦ ନାବାଳକ/ନାବାଳିକା ସହାୟତା ପାଇଛନ୍ତି

    ଭୁବନେଶ୍ଵର: ୨୦୧୮ ମସିହା ଡିସେମ୍ବର ମାସରେ ‘କାଳିଆ’ ଯୋଜନା ଆରମ୍ଭ ହେବା ପରେ ୨୦୧୯ ମେ ମାସ ସୁଦ୍ଧା ୩୬ ଲକ୍ଷ ୩୪ ହଜାର ୭୧୦ କ୍ଷୁଦ୍ର ନାମମାତ୍ର/ ପ୍ରକୃତ ଚାଷୀ (ଭାଗଚାଷୀ)ଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ...
  • ବିଜେଡିର କର୍ମୀମାନଙ୍କୁ କ୍ଷତିପୁରଣ, ପକ୍କା ଘର, ବୋଟ, ମାଛ ଧରା ଡଙ୍ଗା ମିଳୁଛି

    ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ଫନିରେ କ୍ଷତିଗ୍ରସ୍ତ ହୋଇଥିବା ଚିଲିକାର ବୋଟ ମାଲିକ, ପୁରୀ ଓ ଚିଲିକା ଅଂଚଳର ମସ୍ତ୍ର‌୍ୟଜିବି ମାନଙ୍କୁ ଗତକାଲି ରାଜ୍ୟ ସରକାରଙ୍କ ତରଫରୁ ସହାୟତା ଦିଆଗଲା । ଏଥିରେ କେନ୍ଦ୍ର ସରକାରଙ୍କ ସଂସ୍ଥା ହୁଡକୋର ସିଏସଆର...
  • ଅନୁଭବ ପଟ୍ଟନାୟକ ଦାୟିତ୍ୱ ଗ୍ରହଣ କଲେ

    ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ବିଭାଗର ଉପଦେଷ୍ଟା ଭାବେ ଶ୍ରୀ ଅନୁଭବ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗୀୟ ସଚିବ ଶ୍ରୀ ମନୋଜ କୁମାର ମିଶ୍ର ଉପଦେଷ୍ଟା ଶ୍ରୀ ପଟ୍ଟନାୟକଙ୍କୁ ବିଭାଗ ପକ୍ଷରୁ ସ୍ୱାଗତ...
  • ରାଜ୍ୟ ଗୃହନିର୍ମାଣ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ଖୋଲାସ୍ଥାନ, ଜନସାଧାରଣଙ୍କ ହିତ ସାଧନ ଉଦ୍ଦେଶ୍ୟରେ

    ଭୁବନେଶ୍ୱର : ରାଜ୍ୟ ଗୃହନିର୍ମାଣ ସଂସ୍ଥା ଅଧିନରେ ରାଜ୍ୟରେ ଥିବା ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ଖୋଲା ଜାଗା, ଅବ୍ୟବହୃତ ସ୍ଥାନ ତଥା ପ୍ରକଳ୍ପ ଗୁଡ଼ିକ ତରଫରୁ ପ୍ରଦାନ କରାଯାଇଥିବା ସର୍ବସାଧାରଣଙ୍କ ହିତ ସାଧନ ଉଦ୍ଦେଶ୍ୟରେ ଦିଆଯାଇଥିବା ସ୍ଥାନ ଗୁଡ଼ିକୁ ଚିହ୍ନଟ...