ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ,୧୯ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୧୬ ତାରିଖ ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ । ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ । ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ Oberoi ଠାରେ ଆଗାମୀ ‘Make In Odisha’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।