୩୦ ଜିଲ୍ଲାରେ ବିଜେପି ପାଳିବ ରାଷ୍ଟ୍ରୀୟ ଏକତା ଅଭିଯାନ

ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟାଯିବା ପ୍ରସଙ୍ଗରେ

ଭୁବନେଶ୍ୱର : ରାଷ୍ଟ୍ରର ଏକତାରେ ବାଧା ସୃଷ୍ଟି କରିଥିବା ଜାମ୍ମୁ କାଶ୍ମୀରର ଧାରା ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିବା ପାଇଁ ନେଇଥିବା ନିଷ୍ପତି ଏବେ ସାରା ଦେଶ ପାଇଁ ଏକ ଐତିହାସିକ ନିଷ୍ପତି ।

ଏହି ଅବସରରେ ବିଜେପି ସାରା ଦେଶରେ ରାଷ୍ଟ୍ରୀୟ ଏକତା ଅଭିଯାନ ପାଳିବ ।

ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଧାରା ୩୭୦ ଉପରେ ଦଳ ପକ୍ଷରୁ ବୁଦ୍ଧିଜୀବି ସମ୍ମିଳନୀ କରାଇ ଧାରା ୩୭୦ ବିଷୟରେ ଲୋକମାନଙ୍କ ସହ ଆଲୋଚନା କରାଯିବ ।

ସେହିପରି ଏକ ରାଜ୍ୟସ୍ତରୀୟ ସମ୍ମିଳନି ମଧ୍ୟ କରାଯିବା ।

ଏଥି ପାଇଁ ଆଜି ରାଜ୍ୟ କାର୍ଯ୍ୟାଳୟରେ ଉପ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।

ଜାମ୍ମୁ କାଶ୍ମୀରରୁ କେନ୍ଦ୍ର ସରକାର ଧାରା ୩୭୦କୁ ହଟାଇଲା ପରେ ରାଷ୍ଟ୍ରୀୟ ଏକତା ଅଭିଯାନ ସାରା ଦେଶ ଏକ ଐତିହାସିକ ନିଷ୍ପତି ନେଇଛି ।

ଏପରି ଏକ ବ୍ୟବସ୍ଥା ଯାହା କାରଣରୁ ଜାମ୍ମୁ-କାଶ୍ମୀର ଓ ଲଦାଖର ଭାଇ-ଭଉଣୀ ମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ ।

ଯାହା ସେମାନଙ୍କ ବିକାଶରେ ବଡ ବାଧକ ଥିଲା, ତାହା ଏବେ ଦୂର ହୋଇଛି ।

ଯେଉଁ ସ୍ୱପ୍ନର ସର୍ଦ୍ଦାର ପଟେଲଙ୍କର ଥିଲା, ବାବା ସାହେବ ଆମ୍ବେଦକରଙ୍କର ଥଲା, ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଥିଲା, ଅଟଳ ଜୀ ଏବଂ କୋଟି କୋଟି ଦେଶଭକ୍ତଙ୍କର ଥିଲା ତାହା ଏବେ ପୂରଣ ହୋଇଛି ।

ଜାମ୍ମୁ-କାଶ୍ମୀର ଏବଂ ଲଦାଖରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

ଏବେ ଦେଶର ସମସ୍ତ ନାଗରିକମାନଙ୍କର ଅଧିକାର ମଧ୍ୟ ସମାନ, ଦାୟିତ୍ୱ ମଧ୍ୟ ସମାନ ।

ଅନୁଚ୍ଛେଦ ୩୭୦ ଏବଂ ୩୫-ଏ ଜାମ୍ମୁ-କାଶ୍ମୀରକୁ ବିଚ୍ଛିନ୍ନତାବାଦ, ଆତଙ୍କବାଦ ପରିବାରବାଦ ଏବଂ ବ୍ୟବସ୍ଥାରେ ବ୍ୟାପକ ପରିମାଣରେ ବ୍ୟାପିଥିବା ଭ୍ରଷ୍ଟାଚାର ବ୍ୟତୀତ କିଛି ଦେଇନାହିଁ ।

ଏହି ଦୁଇଟି ଅନୁଚ୍ଛେଦକୁ ଦେଶ ବିରୋଧରେ, କିଛି ଲୋକଙ୍କ ଭାବନାକୁ ଉତେଜିତ କରିବା ଲାଗି ପାକିସ୍ତାନ ପକ୍ଷରୁ ଏକ ଅସ୍ତ୍ର ଭାବେ ଉପଯୋଗ କରାଯାଉଥିଲା ।

ଏହି କାରଣରୁ ଗତ ତିନି ଦଶନ୍ଧି ମଧ୍ୟରେ ପାଖାପାଖି ୪୨ହଜାର ନିର୍ଦ୍ଦୋଷ ଲୋକଙ୍କୁ ଜୀବନ ହରାଇବାକୁ ପଡିଛି ।

ଆମ ଦେଶର ଗଣତନ୍ତ୍ର ସବୁ ସୁଦୃଢ ।

ଜାମ୍ମୁ-କାଶ୍ମୀରରେ ଦଶନ୍ଧି ଦଶନ୍ଧି ଧରି ହଜାର ହଜାର ସଂଖ୍ୟାରେ ଏପରି ଭାଇ-ଭଉଣୀ ରହୁଛନ୍ତି ଯେଉଁମାନଙ୍କ ନିକଟରେ ଲୋକସଭା ନିର୍ବାଚନରେ ଭୋଟ ଦେବାର ଅଧିକାର ତ ଥିଲା, କିନ୍ତୁ ସେମାନେ ବିଧାନସଭା ଏବଂ ସ୍ଥାନୀୟ ପଞ୍ଚାୟତ ନିର୍ବାଚନରେ ମତଦାନ କରିପାରୁନଥିଲେ ।

ଦେଶର ଜନସାଧାରଣଙ୍କୁ ଏ ବିଷୟରେ ଅବଗତ କରାଯିବ ।

ଏହି କର୍ମଶାଳାରେ ରାଜ୍ୟରାଜ୍ୟ ବିଜେପି ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର, ଅନନ୍ତ ନାୟକ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ, ବୁଦ୍ଧିଜୀବି ପ୍ରକୋଷ୍ଠର ଆବାହକ ସୁଦର୍ଶନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । 

Categories
POLITICS
Newsroll

RELATED BY

  • ମନ୍ତ୍ରୀଙ୍କୁ ଅଭିଯୋଗ କଲେ ଓଡ଼ିଶାରେ ନିରୀହ, ଦଳିତ ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି

    ଭୁବନେଶ୍ୱର: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି...
  • ସଚିବାଳୟର ୩ୟ ମହଲା ସହ ରାମକୋ ସିମେଣ୍ଟ ଅଧିକାରୀଙ୍କ କ’ଣ ସଂପର୍କ ରହିଛି ?

    ଭୁବନେଶ୍ୱର: ସ୍ମିତାରାଣୀର ଗଣଦୁର୍ଷ୍କମ ଏବଂ ହତ୍ୟା ସ୍ଥଳୀରେ ରଙ୍ଗଶାଳା ସାଜିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ବିଜେଡି ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର ଓରଫ ନାଣ୍ଡୁ ବ୍ୟତୀତ ୨ ଜଣ ବିଜେଡି ସମିତି ସଭ୍ୟ, ଜଣେ ବିଜେଡି ଜିଲ୍ଲା ପରିଷଦ...
  • ସ୍ମିତାରାଣୀଙ୍କ ହତ୍ୟା ପୂର୍ବରୁ ହୋଇଛି ଗଣଦୁଷ୍କର୍ମ, ସିବିଆଇ ତଦନ୍ତ ହେଲେ ସତ ବାହାରିବ

    ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ଅସହାୟ ଏବଂ ଅସୁରକ୍ଷିତ ହୋଇପଡିଛନ୍ତି । ଶାସକ ଦଳର ନେତା, କର୍ମୀ ଏବଂ ସେମାନଙ୍କ ସଂର୍ପକୀୟମାନେ ମହିଳାମାନଙ୍କ ସହ ଅକଥନୀୟ ଅତ୍ୟାଚାର କରିଚାଲିଛନ୍ତି । ପ୍ରତିଦିନ ଗୋଟିଏ ପରେ ଗୋଟିଏ ପରେ ଗଣଦୁର୍ଷ୍କମ, ହତ୍ୟା ଆଦି...
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପଦଯାତ୍ରା

    ଭୁବନେଶ୍ୱର : ଗତ ଅକ୍ଟୋବର ୨ ତାରିଖ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଭାରତୀୟ ଜନତା ପାର୍ଟୀ ତରଫରୁ ଦେଶ ବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ରାଜ୍ୟରେ ଏହି ପଦଯାତ୍ରାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ...