୫ ଜଣ ଆଇଏଏସ ଅଫିସ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ

ଏମାନେ ସମସ୍ତେ ୨୦୧୮ ବ୍ୟାଚର

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି ।

ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି ।

ଏହିସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ ଜଣ Probationer IAS Officer ମାନଙ୍କୁ ପୁରୀରେ ନିଯୁକ୍ତ କରିଛନ୍ତି । ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ ।

ଏହି ଶିକ୍ଷାନବୀଶ ଆଇ.ଏ.ଏସ. ଅଫିସର ମାନେ ହେଲେ ଶ୍ରୀ ସୂର୍ଯ୍ୟବଂଶୀ ମୟୁର ବିକାଶ, ଶ୍ରୀ କୀର୍ତ୍ତିଭାସନ ଭି., ଡଃ ଶୁଭଙ୍କର ମହାପାତ୍ର, ଶ୍ରୀ ଜେ. ସୋନାଲ, ଶ୍ରୀ ଭୁବନେଶ ଦେବଦାସ ପାଟିଲ ।

ଏମାନେ ସମସ୍ତେ ୨୦୧୮ ବ୍ୟାଚର ଆଇ.ଏ.ଏସ. ଅଫିସର ।

ଏମାନେ ସମସ୍ତେ ଆଜି ପୁରୀରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ।

ପୁରୀ ଯିବା ପୂର୍ବରୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର. ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-T ସଚିବ ଶ୍ରୀ ଭି. କେ. ପାଣ୍ଡିଆନ ସେମାନଙ୍କୁ ସେମାନଙ୍କ ଦାୟିତ୍ୱ ସଂପର୍କରେ ବୁଝାଇଥିଲେ ଏବଂ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ ।

  • ଏ ସଂସାରରେ କାହା ସହିତ କାହାର ସଂପର୍କ ଗଠନ ହୁଏ ଓ ବିଚ୍ଛେଦ ହୋଇଯାଏ ତାହା କାହାକୁ ଆନନ୍ଦର ସୁଖ ପ୍ରଦାନ କରି ପରେ ବିରହର ଦୁଃଖରେ ଜର୍ଜରିତ କରିଥାଏ ଏବଂ ଅପ୍ରତ୍ୟାଶିତ ଭାବେ ଏପରି ଘଟିଯାଏ ତାହା କେହି...
  • କେତେବେଳେ ଦୁଃଖ ଆସେ, କେତେବେଳେ ସୁଖ ଆସେ, ଏହି ସବୁ ଅନୁଭୂତି ମନୁଷ୍ୟ ଜୀବନରେ ବାରମ୍ବାର ଘଟିଥାଏ । କିନ୍ତୁ ଏପରି ଏକ ଅନୁଭୂତି ଯାହାକି ପୂର୍ବରୁ କେବେ ଅନୁଭବ କରିନଥିବେ କି କେବେ ଘଟିବ ବୋଲି ଆଶା କରିନଥିବେ,...
  • ଜୀବନରେ ବେଳେବେଳେ ଏପରି ଅପ୍ରତ୍ୟାଶିତ ଘଟଣା ଘଟେ, ତାହା ଆଶ୍ଚର୍ଯ୍ୟମୟ ହୋଇଥାଏ । ସୁବ୍ରତଙ୍କର ଜୀବନରେ ଏପରି ଏକ ଘଟଣା ଘଟିବ ବୋଲି ସେ କେବେ କଳ୍ପନା କରିପାରିନଥିଲେ ? କିଛି ବର୍ଷ ପୂର୍ବେ ସେ ତରୁଣୀ ସୁପ୍ରିୟାର ସଂସ୍ପର୍ଶରେ...
  • ଜୀବନରେ ଅଚାନକ ଏପରି କେତେକ ଘଟଣା ଘଟିଯାଏ, ଯାହା ଅତ୍ୟନ୍ତ ମର୍ମସ୍ପର୍ଶୀ ଓ ହୃଦୟ ବିଦାରକ ହୋଇଥାଏ । ଭଗବାନ କେତେବେଳେ କାହାକୁ କାହା ସହିତ ପ୍ରେମ ବନ୍ଧନରେ ଆବଦ୍ଧ କରି ଓ ବିଚ୍ଛିନ୍ନ କରାଇ ଦିଅନ୍ତି ଓ ପ୍ରେମର...
  • ଅନ୍ତରର ଅନୁଭବ ହୃଦ କରିଥାଏ । ଚକ୍ଷୁ ଓ ମନ ହୃଦୟଦ୍ୱାରା ନିୟନ୍ତ୍ରିତ ହୋଇଥାଏ । ଅନ୍ୟର ଦୁଃଖ ହୃଦୟ ସହି ପାରିନଥାଏ । ସେହିପରି ଏକ ସୁନ୍ଦରୀ ତରୁଣୀର ଆକର୍ଷଣ ମଧ୍ୟ ହୃଦୟ ମଧ୍ୟକୁ ପ୍ରବେଶ କରି ତା...

RELATED BY