ଭୁବନେଶ୍ୱର : ମହିଳାମାନଙ୍କୁ ସଶକ୍ତ କରିବା ଏବଂ ତୃଣମୂଳ ସ୍ତରରେ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ, ଜାତୀୟ ମହିଳା ଆୟୋଗ “ଜାତୀୟ ମହିଳା କମିଶନ – ଆପଣଙ୍କ ଦ୍ୱାରରେ” ଶୀର୍ଷକ ଏକ ଜନ ଶୁଣାଣି ଆୟୋଜନ କରୁଛନ୍ତି । ଏହି ଜନଶୁଣାଣି ୧୧ ଫେବୃଆରୀ, ୨୦୨୫ ଦିନ ଅପରାହ୍ନ ୨:୦୦ ଟାରେ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ର ଏକାମ୍ର ହଲ୍ ରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବିଜୟା ରାହଟକର ଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବ । ମହିଳାମାନଙ୍କ ସହ ଜଡିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜାତୀୟ ମହିଳା କମିଶନ ଦ୍ୱାରା ଆୟୋଜିତ ଏହି ଜନଶୁଣାଣିରେ ଜିଲ୍ଲା ମାଜିଷ୍ଟ୍ରେଟ, ପୋଲିସ ଅଧୀକ୍ଷକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ସକ୍ରିୟ ଅଂଶଗ୍ରହଣ କରିବେ । ଭୁବନେଶ୍ୱର ଏବଂ ଆଖପାଖ ସମସ୍ତ ସହରର ମହିଳାମାନେ କୌଣସି ପ୍ରକାରର ସମସ୍ୟାରେ ପୀଡିତ ଥିଲେ, ସେମାନେ ଏହି ଜନଶୁଣାଣିରେ ଅଂଶଗ୍ରହଣ କରି ନିଜର ସମସ୍ୟା ଆୟୋଗଙ୍କ ନିକଟରେ ଉପସ୍ଥାପନ କରିବାକୁ ଜାତୀୟ ମହିଳା କମିଶନ ପକ୍ଷରୁ ଅନୁରୋଧ । ମହିଳାମାନଙ୍କ ସହ ଜଡିତ ବିଚାରାଧୀନ ମାମଲାଗୁଡ଼ିକର ସମାଧାନ କରିବା ଏବଂ ଯଥାସମ୍ଭବ ସମସ୍ତ ସମସ୍ୟାର ଶୀଘ୍ର ସମାଧାନ ଯୋଗାଇବା ଏହି ଜନଶୁଣାଣିର ଉଦ୍ଦେଶ୍ୟ । ଶୁଣାଣି ସମ୍ବନ୍ଧୀୟ ଯେକୌଣସି ସୂଚନା ପାଇଁ ଶ୍ରୀଯୁକ୍ତ ଗୁଞ୍ଜନ ସିଂହ (୭୦୧୧୯୭୨୮୬୨)ଙ୍କ ସହିତ ଯୋଗାଯୋଗ କରିବାକୁ ଜାତୀୟ ମହିଳା କମିଶନ ପକ୍ଷରୁ କୁହାଯାଇଛି ।