ନରେନ୍ଦ୍ର ମୋଦି ଏବଂ ଅମିତ ଶାହଙ୍କ ଐତିହାସିକ ନିଷ୍ପତିକୁ ଅଧ୍ୟାପକ ବିଶ୍ୱରଂଜନଙ୍କ ପ୍ରଶଂସା

ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ପାଇଁ

ଭୁବନେଶ୍ୱର : ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ମୋଦି ସରକାରଙ୍କ ଏକ ଐତିହାସିକ ନିଷ୍ପତି ।

ଏହା ଦ୍ୱାରା ଦେଶର ସମସ୍ତ ରାଜ୍ୟ ଭଳି ଜାମ୍ମୁକାଶ୍ମିର ବାସିନ୍ଦା କେନ୍ଦ୍ରସରକାରଙ୍କ ସମସ୍ତ ଯୋଜନାର ଲାଭ ଏବଂ ସୁବିଧା ନେଇପାରିବେ ।

ଏହି ଧାରା ହଟିବା ପରେ ଏହାର ଉବଲବ୍ଧୀ ଜନମାନସରେ ପହଂଚାଇବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ଜନସଂର୍ପକ କାର୍ଯ୍ୟକ୍ରମ କରାଯାଉଛି ।

ଏଥି ସହ ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କୁ ଭେଟି ଏ ସଂର୍ପକରେ ଅବଗତ କରାଯାଉଛି ।

ଏହି ଅବସରରେ ଆଜି ବିଜେପି ବୁଦ୍ଧିଜାବୀ ପ୍ରକୋଷ୍ଠର ସଂଯୋଜକ ସୁଦର୍ଶନ ନାୟକ , ରବିନ୍ଦ୍ର ସର୍ ଏବଂ ପ୍ରମୋଦ ରାଉତ, ବିଶିଷ୍ଟ ଶିକ୍ଷାବିତ୍ ତଥା ଲେଖକ ଅଧ୍ୟାପକ ବିଶ୍ୱରଂଜନଙ୍କୁ ଭେଟି ଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ସଂର୍ପକରେ ଅବଗତ କରିବା ସହ ସେ ସମ୍ବନ୍ଧୀୟ ଏକ ପୁସ୍ତିକା ପ୍ରଦାନ କରିଥଲେ ।

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ଏଭଳି ଐତିହାସିକ ନିଷ୍ପତିକୁ ଅଧ୍ୟାପକ ବିଶ୍ୱରଂଜନ ପ୍ରଶଂସା କରିଥିଲେ । ଏହି ଧାରା ଉଚ୍ଛେଦ ହେବା ପରେ ଜାମ୍ମୁ କାଶ୍ମିରରେ ବିକାଶ ହୋଇପାରିବ ବୋଲି ସେ କହିବା ସହ ରାଷ୍ଟ୍ରୀୟ ହିତରେ ପ୍ରଧାନମନ୍ତ୍ରୀଙ୍କ ପଦକ୍ଷେପକୁ ପ୍ରଶଂସା କରିଥିଲେ । 

  • ଏ ସଂସାରରେ କାହା ସହିତ କାହାର ସଂପର୍କ ଗଠନ ହୁଏ ଓ ବିଚ୍ଛେଦ ହୋଇଯାଏ ତାହା କାହାକୁ ଆନନ୍ଦର ସୁଖ ପ୍ରଦାନ କରି ପରେ ବିରହର ଦୁଃଖରେ ଜର୍ଜରିତ କରିଥାଏ ଏବଂ ଅପ୍ରତ୍ୟାଶିତ ଭାବେ ଏପରି ଘଟିଯାଏ ତାହା କେହି...
  • କେତେବେଳେ ଦୁଃଖ ଆସେ, କେତେବେଳେ ସୁଖ ଆସେ, ଏହି ସବୁ ଅନୁଭୂତି ମନୁଷ୍ୟ ଜୀବନରେ ବାରମ୍ବାର ଘଟିଥାଏ । କିନ୍ତୁ ଏପରି ଏକ ଅନୁଭୂତି ଯାହାକି ପୂର୍ବରୁ କେବେ ଅନୁଭବ କରିନଥିବେ କି କେବେ ଘଟିବ ବୋଲି ଆଶା କରିନଥିବେ,...
  • ଜୀବନରେ ବେଳେବେଳେ ଏପରି ଅପ୍ରତ୍ୟାଶିତ ଘଟଣା ଘଟେ, ତାହା ଆଶ୍ଚର୍ଯ୍ୟମୟ ହୋଇଥାଏ । ସୁବ୍ରତଙ୍କର ଜୀବନରେ ଏପରି ଏକ ଘଟଣା ଘଟିବ ବୋଲି ସେ କେବେ କଳ୍ପନା କରିପାରିନଥିଲେ ? କିଛି ବର୍ଷ ପୂର୍ବେ ସେ ତରୁଣୀ ସୁପ୍ରିୟାର ସଂସ୍ପର୍ଶରେ...
  • ଜୀବନରେ ଅଚାନକ ଏପରି କେତେକ ଘଟଣା ଘଟିଯାଏ, ଯାହା ଅତ୍ୟନ୍ତ ମର୍ମସ୍ପର୍ଶୀ ଓ ହୃଦୟ ବିଦାରକ ହୋଇଥାଏ । ଭଗବାନ କେତେବେଳେ କାହାକୁ କାହା ସହିତ ପ୍ରେମ ବନ୍ଧନରେ ଆବଦ୍ଧ କରି ଓ ବିଚ୍ଛିନ୍ନ କରାଇ ଦିଅନ୍ତି ଓ ପ୍ରେମର...
  • ଅନ୍ତରର ଅନୁଭବ ହୃଦ କରିଥାଏ । ଚକ୍ଷୁ ଓ ମନ ହୃଦୟଦ୍ୱାରା ନିୟନ୍ତ୍ରିତ ହୋଇଥାଏ । ଅନ୍ୟର ଦୁଃଖ ହୃଦୟ ସହି ପାରିନଥାଏ । ସେହିପରି ଏକ ସୁନ୍ଦରୀ ତରୁଣୀର ଆକର୍ଷଣ ମଧ୍ୟ ହୃଦୟ ମଧ୍ୟକୁ ପ୍ରବେଶ କରି ତା...

RELATED BY